www.samajalive.in
Monday, December 15, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମୁମ୍ବାଇରୁ ଫେରିଲା ଓଡ଼ିଆ ଶ୍ରମିକଙ୍କ ମରଶରୀର

ବାଲେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମୁମ୍ବାଇରୁ ଫେରିଲା ଓଡିଆ ଶ୍ରମିକଙ୍କ ମୃତଦେହ। ବାଲେଶ୍ବର ଜିଲ୍ଲା ଖଇରା ବ୍ଲକ ସାହାପୁର ଗାଁର ମୁରଲୀଧର ମହାକୁଡ କିଛି ଦିନ ହେବ ନିଜ ଗାଁ ଛାଡି ଯାଇ ମୁମ୍ବାଇରେ ଶ୍ରମଜୀବୀ ଭାବେ କାର୍ଯ୍ୟ କରୁଥିଲେ। ଅସୁସ୍ଥତା ବଶତଃ ସେଠାରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। କିନ୍ତୁ ପରିବାର ଲୋକଙ୍କ ପାଖରେ ମୁରଲୀଧରଙ୍କ ମୃତଦେହ ନିଜ ଜନ୍ମମାଟିକୁ ଫେରାଇ ଆଣିବା ଲାଗି ସେତେଟା ସମ୍ବଳ ନଥିଲା। ତେଣୁ ଗାଁକୁ ଆଣି କ୍ରୀୟା କର୍ମ କରିବା ଲାଗି ପରିବାର ଲୋକଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ କରାଯାଇଥିଲା। ଶେଷରେ ମୁଖ୍ୟମନ୍ତ୍ରୀ ଗୁହାରି ଶୁଣିଛନ୍ତି। ଏ ବିଷୟରେ ଅବଗତ ହେବା ପରେ ଜିଲ୍ଲା ପ୍ରଶାସନକୁ ଏହି ଅସହାୟ ପରିବାରକୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ତୁରନ୍ତ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମୁମ୍ବାଇରୁ ମୃତ ମୁରଲୀଧର ମହାକୁଡଙ୍କ ପାର୍ଥିବ ଶରୀର ନିଜ ଜନ୍ମମାଟିକୁ ଫେରିଆସିଛି। ଏପରିକି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୁରଲୀଧରଙ୍କ ପତ୍ନୀ ଏବଂ ତାଙ୍କ ଝିଅଙ୍କ ସହ ଟେଲିଫୋନ୍ ଯୋଗେ  କଥା ହୋଇ ସମବେଦନା ଜଣାଇଥିଲେ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories