www.samajalive.in
Sunday, December 14, 2025
16.1 C
Bhubaneswar

ମେମୁ ଟ୍ରେନ୍ ଦୁର୍ଘଟଣାରୁ ବର୍ତ୍ତିବା ଘଟଣା, ୨ ରେଳ କର୍ମଚାରୀ ନିଲମ୍ବିତ

ନୀଳଗିରି: ନୀଳଗିରି ରୋଡ୍ ଷ୍ଟେସନରେ ମେମୁ ଟ୍ରେନ୍ ପଶି ଆସିବା ଘଟଣାରେ କାର୍ଯ୍ୟରେ ଅବହେଳା ପାଇଁ ୨ ଜଣ ରେଳ କର୍ମଚାରୀ ନିଲମ୍ବିତ ହୋଇଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ନୀଳଗିରି ରୋଡ୍ ଷ୍ଟେସନ୍‌ ମ୍ୟାନେଜର ସୁବାସ ସେଠୀ ଓ ପଏଣ୍ଟମ୍ୟାନ୍‌ ସେକ୍‌ ମହମ୍ମଦ ଖଲିପ ନିଲମ୍ବିତ ହୋଇଛନ୍ତି ବୋଲି ସୂଚନା ଦେଇଛନ୍ତି ଲୋକସମ୍ପର୍କ ବିଭାଗର ବରିଷ୍ଠ ଡିଭିଜିନାଲ ମ୍ୟାନେଜର। ପ୍ରକାଶ ଯେ, ଗତକାଲି ଭଦ୍ରକ-ବାଲେଶ୍ବର ମେମୁ ଟ୍ରେନ୍‌ ପଏଣ୍ଟ ନଲାଗିବା କାରଣରୁ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତି ଯାଇଥିଲା । ଲୋକୋ ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଏତେ ବଡ଼ ଦୁର୍ଘଟଣାରୁ ବର୍ତ୍ତିଗଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories