www.samajalive.in
Monday, December 15, 2025
24.1 C
Bhubaneswar

କଟକରେ ବଡ଼ ଅଘଟଣ: ଆଜବେଷ୍ଟସ ଘର ଉପରେ ଖସିପଡ଼ିଲା କୋଠା ବାଲକୋନୀ, ୪ ଆହତ

ସମାଜଲାଇଭ ଡେସ୍କ: କଟକ ମଣିସାହୁ ଛକରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଅଘଟଣ ଘଟିଛି। ଏକ ଆଜବେଷ୍ଟସ ଘର ଉପରେ କୋଠାର ବାଲକୋନୀ ଖସିପଡ଼ିବାରୁ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଖବର ପାଇ କଟକ ଅଗ୍ନିଶମ ସେବା କର୍ମଚାରୀମାନେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛନ୍ତି। ଆହତଙ୍କ ମଧ୍ୟରେ ଜଣେ ମହିଳା ଏବଂ ଜଣେ ଶିଶୁ ରହିଛନ୍ତି।

ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୧୫ରେ ଏହି ଦୁର୍ଘଟଣା ଘଟିଛି। ମଣିସାହୁ ଛକରେ ଥିବା ଏକ ଆପାର୍ଟମେଣ୍ଟର ବାଲକୋନୀ ଛାତ ଭୁଶୁଡ଼ି ଠିକ ତଳେ ଥିବା ଏକ ଆଜବେଷ୍ଟସ ଘର ଉପରେ ପଡ଼ିଥିଲା। ଫଳରେ ଆଜବେଷ୍ଟସ ଘରଟି ଭାଙ୍ଗିଯିବା ସହିତ ଘର ଭିତରେ ଥିବା ଲୋକମାନେ ଆହତ ହୋଇଥିଲେ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories