www.samajalive.in
Monday, December 8, 2025
17.1 C
Bhubaneswar

ବ୍ୟାଙ୍କ ଲକର ଭାଙ୍ଗି ଚୋରି ଉଦ୍ୟମ, ବିଫଳ ହେବାରୁ ଲଗାଇଲେ ନିଆଁ

ସିମୁଳିଆ: ଚୋରି ଉଦ୍ୟମ କରି ବିଫଳ ହେବାରୁ ନିଆଁ ଲଗାଇଲେ ଦୁର୍ବୃତ୍ତ। ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ବାଲିଖଣ୍ଡ ବଜାରରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଙ୍ଗଳବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବାଲିଖଣ୍ଡ ବଜାରରେ ଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କରେ ଥିବା ଲକର ଭାଙ୍ଗି ଚୋରି ଉଦ୍ୟମ କରିଥିଲେ। କିନ୍ତୁ ଏଥିରେ ବିଫଳ ହେବାରୁ ନିଆଁ ଲଗାଇ ପଳାଇ ଯାଇଥିଲେ। ପରେ ଖବର ପାଇ ସ୍ଥାନୀୟ ଲୋକେ ଦମକଳ କେନ୍ଦ୍ରକୁ ଖବର ଦେଇଥିଲେ । ଖବର ପାଇ ଅଡା ଓ ଭଦ୍ରକ ଦମକଳ କେନ୍ଦ୍ର ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଘଟଣା ସ୍ଥଳରେ ସିମୁଳିଆ ପୁଲିସ୍ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories