ତଣ୍ଟି ଚିପି ମା’କୁ ହତ୍ୟା କଲା ପୁଅ

ସିମୁଳିଆ: ମାକୁ ତଣ୍ଟି ଚିପି ହତ୍ୟା କଲା ମଦ୍ୟପ ପୁଅ ।  ପୁଅକୁ ଅଟକ ରଖିଛି ପୋଲିସ । ସୂଚନା ଅନୁସାରେ ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ କାଞ୍ଚପଡା ପଂଚାୟତ ତାଳପଦା ଗ୍ରାମର ବାସନ୍ତି ମହାନ୍ତିଙ୍କ ବଡ଼ ପୁଅ ଅରୁଣ ମହାନ୍ତି ସବୁଦିନ ମଦ ପାନ କରି ବିଳମ୍ବିତ ରାତିରେ ଘରକୁ ଫେରନ୍ତି ଏବଂ ମା ଓ ସ୍ତ୍ରୀ ପିଲା ମାନଙ୍କୁ ମାରଧର କରନ୍ତି । ମଙ୍ଗଳବାର ବିଳମ୍ବିତ ରାତିରେ ଅରୁଣ ମଦ ପିଇ ଘରକୁ ଆସି ମା ବାସନ୍ତିଙ୍କୁ ଖାଇବା ପାଇଁ ମାଗିଥିଲେ ।  ମା ଖାଦ୍ୟ ଦେବା ପରେ କାହିଁକି ମାଛ ହେଇନି ବୋଲି ପ୍ରଶ୍ନ କରିଥିଲେ ।  ମାଛ କେଉଁଠି ଆଣିବି ଟଙ୍କା ନାହିଁ ବୋଲି ମା କହିବାରୁ ଏଥିରେ ପୁଅ ରାଗିଯାଇ ମା କୁ ମାରଧର କରିବା ସହିତ ତଣ୍ଟି ଚିପି ଦେଇଥିଲା । ଏହା ଦେଖି ଅରୁଣଙ୍କ ସ୍ତ୍ରୀ କବିତା ଛଡେଇବାକୁ ଆସିଥିଲା ବେଳେ ତାଙ୍କୁ ମଧ୍ୟ ମାରଧର କରିଥିଲେ । ତଣ୍ଟି ଚିପିବା ପରେ ମା ଅଚେତ ହୋଇ ତଳେ ପଡିଯାଇଥିଲେ । ସ୍ଥାନୀୟ ଲୋକ ମାନେ ଉଦ୍ଧାର କରିବା ପରେ ମେଡିକାଲ ନେଇଥିଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।  ବୋହୁ କବିତା ସିମୁଳିଆ ଥାନାରେ ହତ୍ୟା ଅଭିଯୋଗ ପରେ ସିମୁଳିଆ ପୋଲିସ ପୁଅ ଅରୁଣଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି ।  ଏଥିସହିତ ସାଇଣ୍ଟିଫିକ ଟିମ ହତ୍ୟା ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

Comments are closed.