www.samajalive.in
Saturday, December 6, 2025
17.1 C
Bhubaneswar

ବାଲେଶ୍ୱର: ଭୋଟ ଦେଲେ ବିଜେପି, ବିଜେଡି ଓ କଂଗ୍ରେସ ବିଧାୟକ ପ୍ରାର୍ଥୀ

ବାଲେଶ୍ୱର: ଆଜି ବାଲେଶ୍ବର ସଦର ପାଇଁ ଉପନିର୍ବାଚନ ମତଦାନ ଜାରି ରହିଛି। ଏହି ଉପନିର୍ବାଚନରେ ବିଧାୟକ ପ୍ରାର୍ଥୀଭାବେ ପ୍ରତିଦ୍ବନ୍ଦ୍ବିତା କରୁଥିବା ତିନି ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀ ଏବଂ ଜଣେ ସ୍ୱାଧୀନ ପ୍ରାର୍ଥୀ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି।

ବିଜେଡି ବିଧାୟକ ପ୍ରାର୍ଥୀ ସ୍ବରୂପ କୁମାର ଦାସ ଆଜିମାବାଦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯାଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ବିଜେପି ପ୍ରାର୍ଥୀ ମାନସ ଦତ୍ତ ହାଜିନାସିରୁଦ୍ଦିନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଭୋଟ ଦେଇଥିଲେ।
ସେହିପରି ଆଜି ସକାଳେ କଂଗ୍ରେସ ବିଧାୟକ ପ୍ରାର୍ଥୀ ମମତା କୁଣ୍ଡୁ ଗୋପାଳଗାଁସ୍ଥିତ ସାବିତ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟକୁ ଯାଇ ଭୋଟ ଦେଇଥିଲେ। ଏହାସହିତ ବାଲେଶ୍ୱର ସଦରର ଚର୍ଚ୍ଚିତ ସ୍ୱାଧୀନ ପ୍ରାର୍ଥୀ ବେଣୁଧର ବାରିକ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଥିଲେ।

- Advertisement -

ବାଲେଶ୍ବର ବିଧାନସଭା ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ପୂର୍ବାହ୍ନ ୭ଟାରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବାବେଳେ ଏହା ସଂଧ୍ୟା ୬ଟା ପର୍ୟ୍ୟନ୍ତ ଚାଲିବ। କୋଭିଡମୁକ୍ତ ଭୋଟ ଗ୍ରହଣ ପାଇଁ ବୁଥ ସଂଖ୍ୟା ବୃଦ୍ଧି କରାଯାଇଥିବା ବେଳେ ବୁଥ ବିଶୋଧନ, ପ୍ରତି ଭୋଟରଙ୍କ ଥର୍ମାଲ ସ୍କ୍ରିନିଂ କରାଯାଉଛି। ସେହିପରି ପୋଲିଂ କର୍ମଚାରୀଙ୍କ ପିପିଇ କିଟ୍ ଓ ସାନିଟାଇଜର ଆଦି ବ୍ୟବସ୍ଥା କରାଯାଇ ଥିବାବେଳେ ଭୋଟରଙ୍କୁ ଗ୍ଲୋଭ୍ସ ଯୋଗାଇ ଦିଆଯିବା ନେଇ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି।

ବାଲେଶ୍ୱରରେ ଆଜି ୨ଲକ୍ଷ ୩୦ହଜାର ୨୯୭ ଜଣ ଭୋଟର ୩୪୬ଟି ବୁଥରେ ଭୋଟ ଦେଉଛନ୍ତି । କରୋନା କଟକଣା ଭିତରେ ସହିତ ଜାରି ରହିଛି ଭୋଟ ଗ୍ରହଣ। ମତଦାନ ସମୟରେ ଭୋଟରଙ୍କ ଧାଡି ମଧ୍ୟରେ ୬ ଫୁଟର ଦୂରତା ରଖାଯାଇଛି । ଭୋଟର କେମିତି ଲାଇନରେ ଠିଆ ହେବେ, କେମିତି ଭୋଟ ଦେବେ, ସେସବୁ ନେଇ ଆଗୁଆ କଟକଣା ଜାରି କରାଯାଇଥିଲା । ଏହାକୁ ପାଳନ କରି ଏଥର ମତଦାନ ଚାଲିଛି। ପୁଲିସ ପ୍ରଶାସନ ପକ୍ଷରୁ ଭୋଟଗ୍ରହଣ କେନ୍ଦ୍ରରେ ଶାନ୍ତିଶୃଙ୍ଖଳା ସହ ଭୋଟର ଯେଭଳି ନିଜର ମତଦାନ ସାବ୍ୟସ୍ତ କରିପାରିବେ ସେଥିପାଇଁ ବ୍ୟାପକ ପଦକ୍ଷେପ ନିଆଯାଇଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories