www.samajalive.in
Sunday, December 7, 2025
23.1 C
Bhubaneswar

ପୁଲିସ୍ ବାରାକ୍‌ରେ ଜୀବନ ହାରିଲେ ମହିଳା କନଷ୍ଟେବଳ, କାରଣ ଅସ୍ପଷ୍ଟ

ବାଲେଶ୍ଵର : ଜୀବନ ହାରିଲେ ମହିଳା କନଷ୍ଟେବଳ। ବାଲେଶ୍ଵର ପୁଲିସ୍ ବାରାକ୍ ରୁ ଜଣେ ମହିଳା କନଷ୍ଟେବଳଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ଚିକିତ୍ସା ପାଇଁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।  ମୃତକ ବାଲେଶ୍ଵର ରେମୁଣା ଅଞ୍ଚଳର ଯଶୋଦା ଦାସ ବୋଲି ଜଣାପଡିଛି। ପୁଲିସ୍ ର ପ୍ରାଥମିକ ତଦନ୍ତ ଅନୁଯାୟୀ ସୋର ଅଞ୍ଚଳର ଜଣେ ଯୁବକଙ୍କ ସହ ଯଶୋଦାଙ୍କର ଦୀର୍ଘ ଦିନ ଧରି ସମ୍ପର୍କ ଥିଲା। ତେଣୁ ପ୍ରେମଜନିତ କାରଣରୁ ସେ ଜୀବନ ହାରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି। ଘଟଣାରେ ପୁଲିସ୍ ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories