www.samajalive.in
Sunday, December 7, 2025
14.1 C
Bhubaneswar

ଦୁର୍ଘଟଣାରେ ଦଶମ ଶ୍ରେଣୀ ଛାତ୍ର ମୃତ: କ୍ଷତିପୂରଣ ଦାବିରେ ଉତ୍ତେଜନା

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲା ଔପଦା ଥାନା ବଧି ଗାଁରେ ଇଟା ବୋଝେଇ ଟ୍ରାକ୍ଟର ଧକ୍କାରେ ଜଣେ ଦଶମ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟିଛି। ଘଟଣାକୁ ନେଇ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ମିଳିଥିବା ସୂଚନା ଅନୁଯାୟୀ ବାଲେଶ୍ୱର ଜିଲ୍ଲା ଔପଦା ଥାନା ବଧି ଗାଁର ଅମୁଲ୍ୟ ଜେନାଙ୍କ ପୁଅ ବିଶ୍ଵରଞ୍ଜନ ଏବଂ ଭରତ କୁମାର ଦାସ ଏକ ସ୍କୁଟି ରେ ବଡ଼ ପୋଖରୀ ବଜାର କୁ ଯାଉଥିବା ବେଳେ ବଡ଼ପୋଖରୀ-ବଧି ରାସ୍ତାର ଜୟୀନାରାୟଣପୁର ଶାସନ ନିକଟରେ ଇଟା ବୋଝେଇ ଟ୍ରାକ୍ଟର ଧକ୍କା ଦେଇଥିଲା। ଫଳରେ ଦଶମ ଶ୍ରେଣୀ ଛାତ୍ର ବିଶ୍ୱ ରଞ୍ଜନ ଜେନା ଙ୍କର ଘଟଣା ସ୍ଥଳ ରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇ ସୋର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । କ୍ଷତି ପୂରଣ ଦାବିରେ ଘଟଣା ସ୍ଥଳରେ ଚାପା ଉତ୍ତେଜନା ଲାଗିରହିଥିବାବେଳେ ଔପଦା ପୁଲିସ୍‌ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories