www.samajalive.in
Saturday, December 6, 2025
26.1 C
Bhubaneswar

ଅଙ୍ଗନବାଡି କର୍ମୀଙ୍କୁ ଗଛରେ ବାନ୍ଧି ମାଡ ମାରିବା ଘଟଣା: କଥା ହେଲେ ଉପମୁଖ୍ୟମନ୍ତ୍ରୀ

ବାଲେଶ୍ୱର : ବାଲେଶ୍ବର ଜିଲା ବାଲିଆପାଳ ବ୍ଲକ୍‌ ସିଂଲା ଥାନା ଅନ୍ତର୍ଗତ ମହାପଦା ଅଙ୍ଗନବାଡ଼ି କେନ୍ଦ୍ର କର୍ମୀ ଊର୍ମିଳା ସାମଲଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିବାର ଭିଡିଓ ପ୍ରଘଟ ହୋଇଛି। ଏହି ଘଟଣାରେ ଅଙ୍ଗନବାଡ଼ି ସଂଘ ସଭାପତି ପ୍ରତିଭା ପାଲଙ୍କ ଲିଖିତ ଅଭିଯୋଗରୁ ଜଣାଯାଇଛି ଯେ ୧୯ ତାରିଖ ସକାଳ ୧୧ଟା ସମୟରେ କର୍ମୀ ଊର୍ମିଳା ସାମଲ ଅଙ୍ଗନବାଡି କେନ୍ଦ୍ର ପରିଚାଳନା କରୁଥିବାବେଳେ କିଛି ମହିଳା କେନ୍ଦ୍ର ପରିସରକୁ ଆସି ତାଙ୍କୁ ବାନ୍ଧି ମାଡ଼ ମାରିଥିଲେ। ସୁଭଦ୍ରା ଯୋଜନାରେ କାମ ନ କରିବା ଲାଗି ତଥା ଯୋଜନାକୁ ଗୁରୁତ୍ବ ନଦେବା ପାଇଁ ସେମାନେ ଉର୍ମିଳାଙ୍କୁ ଧମକ ଦେଇଥିଲେ। ବିରୋଧୀ ଦଳର ସରପଞ୍ଚ ଥିବାରୁ ଏନେଇ ଉତ୍ତେଜନା ପ୍ରକାଶ ପାଇଥିଲା। କିଛି ସମୟ ପରେ ମହିଳାମାନେ ଏକଜୁଟ ହୋଇ ଉର୍ମିଳାଙ୍କୁ ଆକ୍ରମଣ କରିଥିଲେ। ସେତିକିରେ ମନ ବୁଝି ନଥିଲା ଯେ ପ୍ରଥମେ ସେମାନେ ଉର୍ମିଳାଙ୍କୁ ଗୋଟିଏ ଚୌକିରେ ବାନ୍ଧି ମାଡ଼ ମାରିଥିଲେ। ପରେ ନିକଟରେ ଥିବା ଗଛରେ ତାଙ୍କୁ ବାନ୍ଧି ମାଡ଼ ମାରିଥିଲେ। ମାଡ଼ ଏମିତି ଥିଲା ଯେ ମହିଳାଙ୍କ ବେକଠାରୁ ଗୋଡ ପର୍ଯ୍ୟନ୍ତ ମାଂସ ପଚି ଯିବା ଭଳି ଅବସ୍ଥା ହୋଇଥିଲା। ଘଟଣା ଜାଣିବା ପରେ ସିଡିପିଓ ପାର୍ବତୀ ମୁର୍ମୁ ଓ ସଂଘର ନେତୃମଣ୍ଡଳୀ ପହଞ୍ଚିଥିଲେ। ତାଙ୍କୁ ମଧ୍ୟ ଘଣ୍ଟା ଘଣ୍ଟା ଧରି ଅଟକ ରଖିବା ସହ ମହିଳାମାନେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥି​ଲେ।  ଏମିତି କି ମହିଳାଙ୍କୁ ଡାକ୍ତରଖାନା ନେବା ପାଇଁ ଆସିଥିବା ଆମ୍ବୁଲାନ୍ସକୁ ଘଣ୍ଟା ଘଣ୍ଟା ଧରି ଛାଡ଼ି ନଥିଲେ। ପୁଲିସ ଅସହାୟ ହୋଇ ବସି ରହିଥିଲା। ଅପରାହ୍ଣରେ ସେମାନଙ୍କୁ ସଂଘ କର୍ମକର୍ତ୍ତା ଉଦ୍ଧାର କରି ରାତିରେ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

ଶନିବାର ସନ୍ଧ୍ୟାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପୀଡ଼ିତା ଉର୍ମିଳାଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଥିବା ଜଣାଯାଇଛି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ସମସ୍ତଙ୍କୁ ନିର୍ଦେଶ ଦେଇଥିବା କହିଛନ୍ତି। ଏହି ଆକ୍ରମଣ ଘଟଣାକୁ ନେଇ ଜିଲା ଆରକ୍ଷୀ ଅଧୀକ୍ଷକ କ୍ଷୁବ୍ଧ ହୋଇଛନ୍ତି। କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ନିଖିଳ ଓଡ଼ିଶା ଅଙ୍ଗନବାଡ଼ି କର୍ମୀ ସଂଘ ଦାବି କରିବା ସହ ଆନ୍ଦୋଳନକୁ ଓହ୍ଲାଇ​‌େ​‌ବ ବୋଲି ଚେତାବନୀ ଦେଇଛି। ଶୁକ୍ରବାର ଜିଲାପାଳଙ୍କୁ ଭେଟିଥିବା ସଂଘ କର୍ମକର୍ତ୍ତା ଶନିବାର ଥାନାଧିକାରୀ ଏବଂ ଏସ୍‌ପିଙ୍କୁ ଭେଟି କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏସ୍‌ପି ସାଗରିକା ନାଥ ଘଟଣାର ଯାଞ୍ଚ ସହ ଖୁବଶୀଘ୍ର ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories