www.samajalive.in
Saturday, December 6, 2025
19.1 C
Bhubaneswar

ଟ୍ରକ ଧକ୍କାରେ ଓଲଟିଲା କାର୍ : ଦୁଇ ଗୁରୁତର

ଅମର୍ଦ୍ଦାରୋଡ଼: ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥ ଭେଲୋରା ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି। ଏକ କାର ପଛକୁ ଅନ୍ୟ ଏକ ଟ୍ରକ ଧକ୍କା ଦେବାରୁ କାରଟି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଛି। ଏଥିରେ ଦୁଇ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ପଶ୍ଚିମବଙ୍ଗ ଅଞ୍ଚଳରୁ କିଛି ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ଭଦ୍ରକରୁ କୌଣସି ଏକ ପର୍ବରେ କାର୍ଯ୍ୟକ୍ରମ ସାରି ଘରକୁ ଫେରୁଥିଲେ। ଆଜି ଭୋର ୫ଟା ସମୟରେ ଜାତୀୟ ରାଜପଥର ଭେଲୋରା ଛକ ନିକଟରେ ଏକ ଟ୍ରକର ପଛକୁ ଜୋରରେ ଧକ୍କା ଦେଇଥିଲା। ଫଳରେ କାରଟି ରାସ୍ତା ପାର୍ଶ୍ବକୁ ଓଲଟିବା ଯୋଗୁଁ ସେଥିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୨ଜଣ ଗୁରୁତର ଭାବେ  ଆହତ ହୋଇଥିଲେ। ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

 

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories