www.samajalive.in
Sunday, December 7, 2025
23.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ମାଛ ଭର୍ତ୍ତି ପିକ୍‌ଅପ୍‌ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଅମର୍ଦ୍ଦାରୋଡ଼ : ବାଲେଶ୍ଵର ଜିଲ୍ଲା ବସ୍ତା ଥାନା ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭେଲୋରା ଡାଇଭର୍ସନ ନିକଟରେ ଏକ ପିକଅପ୍ ଭ୍ୟାନ୍ ଭାରସାମ୍ୟ ହରାଇ ଓଲଟି ପଡିଛି। ଏଥିରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଚାଳକ।  ଘନ କୁହୁଡି ଯୋଗୁଁ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ମାଛ ଭର୍ତ୍ତି ପିକଅପଟି ବାଲେଶ୍ଵରରୁ ପଶ୍ଚିମବଙ୍ଗକୁ ଯାଉଥିବାବେଳେ ଭୀଷଣ କୁହୁଡି ଯୋଗୁଁ ଡ୍ରାଇଭର ଜଣକ ଡାଇଭର୍ସନ ଜାଣିପାରିନଥିଲେ। ଫଳରେ ପିକଅପଟି ଭାରସାମ୍ୟ ହରାଇ ରାଜପଥ ଉପରକୁ ଓଲଟି ପଡିଥିଲା। ଫଳରେ ଗାଡ଼ିଟି ଭାଙ୍ଗିରୁଜି ଯାଇଥିବା ବେଳେ ସୌଭାଗ୍ୟବଶତଃ ଚାଳକ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories