www.samajalive.in
Saturday, December 6, 2025
23.1 C
Bhubaneswar

କାନରେ ହେଡ୍‌ ଫୋନ୍‌ ଲଗାଇ ଚଳାଉଥିଲେ ଗାଡି, ଘୋଷାଡି ନେଲା ବସ୍..

ବାଲେଶ୍ୱର: ବାଲେଶ୍ଵର ଜିଲ୍ଲା ସିମୁଳିଆ ଥାନା ଗରସଙ୍ଗ ବଜାର ନିକଟରେ ଅଘଟଣ।  ବାଇକ ଆରୋହୀଙ୍କୁ ଧକ୍କା ଦେଇ ୫୦ ମିଟର ଟାଣିନେଲା ବସ୍ । ମିଳିଥିବା ସୂଚନା ଅନୁଯାୟୀ ଜଣେ ବ୍ୟକ୍ତି ଆଜି ସକାଳେ କାନରେ ହେଡ ଫୋନ ଲଗାଇ ବାଇକ୍ ଚଳାଉଥିଲେ। ଏତିକି ବେଳେ ଦ୍ରୁତ ଗତିରେ ଯାଉଥିବା ଏକ ବସ୍ ବ୍ୟକ୍ତି ଜଣଙ୍କୁ ଧକ୍କା ଦେଇଥିଲା। ଏପରିକି ବସ୍‌ଟି ବାଇକ ଆରୋହୀ ଜଣଙ୍କୁ ପଚାଶ ମିଟର ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିଲା। ଦୁର୍ଘଟଣାରେ ବାଇକ ଚାଳକ ସୂର୍ଯ୍ୟକାନ୍ତ ମୁଣ୍ଡା ଗୁରୁତର ଆହତ ହୋଇଥିଲେ। ତାଙ୍କ ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ହେଲେ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ  ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories