ବାଲେଶ୍ଵର : ବାଲେଶ୍ଵର ଜିଲ୍ଲା ସୋର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି , ଡକାୟତି ଭଳି ଘଟଣା ବଢିବାରେ ଲାଗିଛି। ଗତକାଲି ବିଳମ୍ବିତ ରାତିରେ କମରପୁର ଗାଁର ଅନ୍ନପୂର୍ଣ୍ଣା ରାଇସ୍ ମିଲର ଆୟୁର୍ବେଦିକ ଡାକ୍ତର ତପନ ଦାସଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। କାଲି ଡାକ୍ତର ଏବଂ ତାଙ୍କ ପରିବାର ଲୋକେ ଏକ ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଭଦ୍ରକ ଯାଇଥିଲେ। ଘରେ କେହି ନଥିବାର ସୁଯୋଗ ନେଇ ୪ ଜଣ ଲୁଟେରା ଘର ତାଲା ଭାଙ୍ଗି ଲୁଟ୍ କରିଥିଲେ। ପରେ ଡାକ୍ତର ଘରକୁ ଫେରି ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ଲୁଟେରା ମାନଙ୍କ ଆକ୍ରମଣରେ ତପନ ଏବଂ ତାଙ୍କ ଶଳା ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସୋର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ଅଧିକ ତଦନ୍ତ ଜାରି ରଖିଛି।
Popular Categories



