www.samajalive.in
Saturday, December 6, 2025
14.1 C
Bhubaneswar

ଗାଡି ସାଇଡ କରିବାକୁ ନେଇ ବିଜେପି ନେତାଙ୍କୁ ପିଟିପିଟି ହତ୍ୟା

ବାଲେଶ୍ୱର : ଗାଡି ସାଇଡ କରିବାକୁ ନେଇ ବିଜେପି ଯୁବମୋର୍ଚ୍ଚା ପ୍ରଭାରୀ ରଞ୍ଜିତ ପ୍ରଧାନଙ୍କୁ ପିଟିପିଟି ହତ୍ୟା କରାଯାଇଛି ବୋଲି ଆଜି ଖବର ମିଳିଛି। ଗତକାଲି ବିଳମ୍ବିତ ରାତିରେ ବିଜେପିର ଯୁବମୋର୍ଚ୍ଚା ବାଲେଶ୍ୱର ଜିଲ୍ଲା ପ୍ରଭାରୀ ରଞ୍ଜିତ ପ୍ରଧାନ ନିଜ ଶ୍ୱଶୁର ଘର କପ୍ତିପଦା ଥାନା ଅନ୍ତର୍ଗତ ନୂଆସାହି ଅଞ୍ଚଳକୁ ଆସିଥିଲେ । ନିଜ ଶ୍ୱଶୁର ଘର ସମ୍ମୁଖରେ ରାସ୍ତାର ଗୋଟିଏ ପାର୍ଶ୍ବରୁ ଅନ୍ୟପାର୍ଶ୍ବକୁ କାର ନେଉଥିଲେ । ଏହି ସମୟରେ ବିପରୀତ ଦିଗରୁ ଚାରି ଜଣ ଯୁବକ ଦୁଇ ଗୋଟି ବାଇକରେ ଆସି ହଠାତ୍ କାରକୁ ଅଟକାଇ ଥିଲେ । ଏଥିସହ ଗାଡି ଇଣ୍ଡିକେଟର ନ ମାରି ଗାଡି ସାଇଡ଼କୁ ନେଇ କାର ଭିତରୁ ରଞ୍ଜିତଙ୍କୁ ଘୋଷାଡି ଆଣି ଅତି ନିର୍ଦ୍ଦୟ ଭାବେ ବାଡେଇବାକୁ ଲାଗିଥିଲେ ।
ସେମାନଙ୍କ ମାଡରେ ରଞ୍ଜିତଙ୍କୁ ଗୁରୁତର ହୋଇ ଅଚେତ ହୋଇଯାଇଥିଲେ । ଏହାପରେ ଚାରି ଜଣ ଯୁବକ ଘଟଣାସ୍ଥଳରୁ ଖସି ପଳାଇବା ପରେ ପାଟିତୁଣ୍ଡ ଶୁଣି ରଞ୍ଜିତଙ୍କ ଶ୍ୱଶୁର ଘର ଲୋକେ ପଦାକୁ ଆସି ଗୁରୁତର ଅବସ୍ଥାରେ ତାଙ୍କୁ ଉଦଳା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ରଞ୍ଜିତଙ୍କୁ ମୃତ ଘୋଷଣା କରିଥିଲେ ।ସାମାନ୍ୟ ଗାଡି ସାଇଡକୁ କେନ୍ଦ୍ର କରି ଏଭଳି ଜଘନ୍ୟ ହତ୍ୟାକାଣ୍ଡ ହୋଇଥିବାବେଳେ ଏହି ଘଟଣାରେ ରାତି ମଧ୍ୟରେ କପ୍ତିପଦା ପୁଲିସ ତିନି ଜଣ ଯୁବକଙ୍କୁ ଥାନାରେ ଅଟକ ରଖିଛି । ଏହାସହ ଅନ୍ୟ ଜଣେ ଅଭିଯୁକ୍ତକୁ ଗିରଫ କରିବା ନିମନ୍ତେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories