www.samajalive.in
Saturday, December 13, 2025
17.1 C
Bhubaneswar

ରାସ୍ତାକଡ଼ ଡିଭାଇଡରରେ ପିଟିହେଲା ବାଇକ୍‌; ୩ମୃତ

ବାଲେଶ୍ୱର: ଭୀମପୁରା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।  ଦୁର୍ଘଟଣାରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଯୁବକଙ୍କ ଡାକ୍ତରଖାନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ଗୋଟିଏ ବାଇକରେ ୩ଜଣ ଯୁବକ ବାଲେଶ୍ୱରର ରେମୁଣା ଗୋଲେଇକୁ ଯାଉଥିଲେ । ଯିବା ସମୟରେ ଭୀମପୁରା ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ ଡିଭାଇଡରରେ ପିଟି ହୋଇଥିଲା ବାଇକ୍‌ । ଫଳରେ ୩ଜଣ ଗୁରୁତର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକେ ସେମାନକୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ଦୁଇଜଣଙ୍କୁ ମୃତ ଘୋଷଣା କରିଥିଲେ । ଅନ୍ୟଜଣେ ଗୁରୁତର ଆହତଙ୍କୁ ଚିକିତ୍ସା କରାଯାଇଥିଲା । ପରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଥିଲ ।  ତେବେ ୩ଜଣ ମୃତକଙ୍କ ଘର ବାଲିଆ ଅଂଚଳର  ହୋଇଥିବା ଜଣାପଡ଼ିଛି ।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories