ଭୁବନେଶ୍ଵର: ଅସରାଏ ବର୍ଷାରେ ବାଲେଶ୍ଵର ସହରର ସ୍ଥିତି ବେହାଲ। ୨୬ ନଂ ଓ୍ବାର୍ଡରେ ଥିବା ଗଳିରେ ଘରେ ପଶିଲା ପାଣି, ଘର ଭିତରେ ବର୍ଷା ଜଳ ଲହଡି ମାରୁଥିବା ଦେଖିବାକୁ ମିଳିଛି। ଏପରିକି ଘରେ ଥିବା ଆସବାବପତ୍ର ବି ଭାସି ଯାଇଛି। ଜଳ ବିଷ୍କାସନ ପାଇଁ ସୁବିଧା ନଥିବାରୁ ଲୋକେ ହନ୍ତସନ୍ତ ହୋଇଛନ୍ତି। ସେପଟେ ୨୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନାର ରହିଛି। ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଯାହାର ପ୍ରଭାବରେ ଆସନ୍ତା ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୁରଭଞ୍ଜ ଏବଂ ବାଲେଶ୍ଵର ଜିଲ୍ଲା। ତେବେ ବର୍ଷା ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।
Popular Categories



