www.samajalive.in
Saturday, December 13, 2025
23.1 C
Bhubaneswar

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର ପୋଡ଼ି ପାଉଁଶ ହୋଇଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ। ଖବର ପାଇ ବାଲିଅନ୍ତା ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ବାଲିଅନ୍ତା ବଜାରରେ ନିଆଁ ଲାଗି ଗୋଟିଏ ଚା ଦୋକାନ , ମଥୁରା କେକ୍ ଦୋକାନ , ମକା ଦୋକାନ ଓ ଘର ଜଳିଯାଇଛି। ସେହିପରି ଗୋଟିଏ ୪୦୭ ଟ୍ରକ , ବାଲିନୋ କାର , ଗୋଟିଏ ଅଟୋ ଏବଂ ମଡେଲିଙ୍ଗ ଜିପ , ପିକପ ଭ୍ୟାନ , ପାସେଞ୍ଜର ଅଟୋ ନିଆଁ ଲାଗି ପୋଡ଼ିଯାଇଛି। ଖବର ପାଇ ବାଲିଅନ୍ତା ଅଗ୍ନିଶମ ବାହିନୀ ପହଁଞ୍ଚି ନିଆଁକୁ ଆୟତ୍ତ କରିଥିଲା । ପୁଲିସ ସନ୍ଦେହରେ ଜଣେ ମହିଳାଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories