www.samajalive.in
Saturday, December 6, 2025
14.1 C
Bhubaneswar

ସିର୍ଲା ଜଙ୍ଗଲରେ ଏନକାଉଣ୍ଟର ; ଜଣେ ମାଓବାଦୀ ମୃତ, ବିପୁଳ ମାଓ ସାମଗ୍ରୀ ଜବତ

କନ୍ଧମାଳ: କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ସିର୍ଲା ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି।  ଏଥିରେ ସୁରକ୍ଷାକର୍ମୀଙ୍କ ଗୁଳି ମାଡ଼ରେ ଜଣେ ମାଓବାଦୀ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତ ମାଓବାଦୀ ଜଣଙ୍କ ବଂଶଧାରା-ଘୁମୁସର-ନାଗାବଳୀ ଡିଭିଜନର ବୋଲି ସୂଚନା ମିଳିଛି। ଏହା ସହ ଘଟଣ ସ୍ଥଳରୁ ବିପୁଳ ପରିମାଣର ମାଓ ସାମଗ୍ରୀ ମଧ୍ୟ ଜବତ ହୋଇଛି। କନ୍ଧମାଳ ଏସପିଙ୍କ ନେତୃତ୍ବରେ ଜୋରଦାର ସର୍ଚ୍ଚ ଅପରେସନ ଜାରି ରହିଛି।

ଏଥି ସହ ଗତ ରବିବାର ଗୁଳିବିନିମୟ ବେଳେ ନିହତ ୪ ମାଓବାଦୀଙ୍କ ମଧ୍ୟରୁ ୩ ଜଣଙ୍କ ପରିଚୟ ମିଳିଛି। ସେମାନେ ହେଲେ ମାଓ ସଂଗଠନ ବିଜିଏନ ଡିଭିଜନର ରାଜ୍ୟ କମିଟି ସଦସ୍ୟ ସୁକ୍ର, ଆଞ୍ଚଳିକ କମିଟି ସଦସ୍ୟ ଇତେଶ ଓ ରିନା। ଅନ୍ୟ ଜଣେ ମହିଳା ମାଓବାଦୀ ନାମ ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇନଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories