www.samajalive.in
Saturday, December 6, 2025
16.1 C
Bhubaneswar

ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଅଳ୍ପକେ ବର୍ତ୍ତିଲେ ଦୁଇ ମହିଳା ,ଶିଶୁ ସମେତ ୬ ଜଣ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ୫୯ନଂ ଜାତୀୟ ରାଜପଥ ଉପରେ ହୁତ୍ ହୁତ୍ ହୋଇ ଜଳିଗଲା ଚଳନ୍ତା କାର୍। ଅଳ୍ପକେ ବର୍ତ୍ତିଲେ ଦୁଇ ମହିଳା ଓ ଜଣେ ଶିଶୁ ଙ୍କ ସମେତ ୬ ଜଣ ।  ଶୁକ୍ରବାର ରାତି ୮.୩୦ ସମୟରେ ମହାସିଙ୍ଗ ଗାଁର ଏକ  ପରିବାର କୋଟଗଡ ବ୍ଲକ ର ସୁବର୍ଣ୍ଣଗିରି ନିକଟସ୍ଥ ଲୁଦୁ ଜଳପ୍ରପାତ ବୁଲିବା ପାଇଁ ଯାଇଥିଲେ । ବୁଲାବୁଲି ସାରି ଘରକୁ ଫେରୁଥିବା ବେଳେ ହଠାତ ଗାଡିର ଇଞ୍ଜିନରୁ ଧୂଆଁ ବାହାରିବା ସହ ନିଆଁ ଦେଖିବାକୁ ମିଳିଥିଲା।  ଏହା ପରେ ଡ୍ରାଇଭର ର ଉପସ୍ଥିତି ବୁଦ୍ଧି ଯୋଗୁଁ ଗାଡିଟି ରଖିବା ସହ ସମସ୍ତ ଯାତ୍ରୀ ଙ୍କୁ ସଙ୍ଗେ ସଙ୍ଗେ ଗାଡିରୁ ଓହ୍ଲାଇବା ସହ ଦମକଳ କେନ୍ଦ୍ର କୁ ଫୋନ କରିଥିଲେ । ଖବର ପାଇ ଅଗ୍ନିଶମ ବିଭାଗ ପହଞ୍ଚିବା ବେଳକୁ ଗାଡିଟି ହୁତ୍  ହୁତ୍ ହୋଇ ସମ୍ପୂର୍ଣ୍ଣ ଜଳି ଯାଇଥିଲା । ତେବେ ତଦନ୍ତ ପରେ ନିଆଁ ଲାଗିବାର କାରଣ ଜଣାପଡିବ ବୋଲି ଥାନା ଅଧିକାରୀ କହିଛନ୍ତି।

Hot this week

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

Related Articles

Popular Categories