www.samajalive.in
Saturday, December 6, 2025
16.1 C
Bhubaneswar

ଅଜଣା ଗାଡି ଧକ୍କାରେ ବାପା-ପୁଅ ମୃତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଅଭାବନୀୟ ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଚାଲିଗଲା ବାପା-ପୁଅଙ୍କ ଜୀବନ। ସୂଚନା ଅନୁଯାୟୀ ରବିବାର ବିଳମ୍ବିତ ରାତିରେ ବାଲିଗୁଡା ଥାନା ସିର୍ଶୀପାଙ୍ଗା ଗାଁର ହେମ କହଁର ଏବଂ ପୁଅ ନୀଳକଣ୍ଠ କହଁର  ବାଇକ୍ ଯୋଗେ ରାଇପଙ୍ଗା ଗାଁକୁ ଯାଇଥିଲେ। ଫେରିବା ସମୟରେ ଗାଲିଗୁରା ଘାଟିରେ ଏକ ଅଜଣା ଗାଡି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହେମ କହଁରଙ୍କର ମୃତ୍ୟୁ ଘଟିଥିଲା। ଏବଂ ପୁଅ ନୀଳକଣ୍ଠଙ୍କୁ ଗୁରୁତର ଅବସ୍ଥାରେ ବାଲିଗୁଡା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ ଫୁଲବାଣୀ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories