www.samajalive.in
Monday, December 8, 2025
13.1 C
Bhubaneswar

କୁମ୍ବିଂ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ; ୨ ଯବାନ ଆହତ

ବାଲିଗୁଡା: କୁମ୍ବିଂ ଅପରେସନ ବେଳେ ଘଟିଛି ଅଘଟଣ। ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ହୋଇଛନ୍ତି ଏସଓଜି ଯବାନ। କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ସିର୍ଲା ନିକଟସ୍ଥ ସିରିକୁଟି ଜଙ୍ଗଲରେ ଏସଓଜି ଯବାନ କୁମ୍ବିଂ ଅପରେସନ ଚଳାଇଥିବା ବେଳେ ମାଓବାଦୀମାନେ ପୁର୍ବରୁ ବିଛାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣ ଘଟିଥିଲା। ଫଳରେ ଜଣେ ଏସଓଜି ଯବାନ ଅମୀୟ ରଞ୍ଜନ ଦାସଙ୍କ ଆଖିରେ ଗୁରୁତର ଆଘାତ ଲାଗିଥିବା ବେଳେ ଅନ୍ୟ ଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଗୁରୁତର ଯବାନ ଓ ସାମାନ୍ୟ ଆହତ ଯବାନଙ୍କୁ ପ୍ରଥମେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଗୁରୁତର ଯବାନଙ୍କୁ ଭୁବନେଶ୍ୱରସ୍ଥିତ ଏମ୍ସ ହସ୍ପିଟାଲକୁ ଅଧିକ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି। ସେପଟେ ସମ୍ପୃକ୍ତ ଅଞ୍ଚଳରେ ଅପରେସନକୁ ଜୋରଦାର କରାଯାଇଥିବା ସୂଚନା ମିଳିଛି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories