www.samajalive.in
Sunday, December 7, 2025
23.1 C
Bhubaneswar

ସଡ଼କ ଦୁର୍ଘଟଣାରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ

ବାଲିଗୁଡ଼ା : ସଡ଼କ ଦୁର୍ଘଟଣାରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁଡ୍ରା ଟିକରବାଜୁ ରାସ୍ତାରେ ଶୁକ୍ରବାର ରାତିରେ କ୍ରୀଡ଼ା ଶିକ୍ଷକ ବାଇକରେ ନିଜ ଗ୍ରାମକୁ ଫେରିବା ବେଳେ ଭାରସାମ୍ୟ ହରାଇ ଗୋଟିଏ ପଥରରେ ବାଡ଼େଇ ହୋଇ ପଡ଼ିଯାଇ ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିଥିଲେ। ମୃତକ ଜଣକ କଳାହାଣ୍ଡି ଜିଲ୍ଲା ଲୁବେନ୍ ଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ କ୍ରୀଡ଼ା ଶିକ୍ଷକ ଭାବରେ କାର୍ଯ୍ୟରତ ଥିଲେ। ଶିକ୍ଷକଙ୍କ ନାମ ବିଭୂତି ପ୍ରଧାନ। ବୟସ ୩୫ ବର୍ଷ ବୋଲି ଜଣା ପଡ଼ିଛି। ଘଟଣା ସ୍ଥଳରେ ବାଲିଗୁଡ଼ା ପୁଲିସ ପହଞ୍ଚି ଶବକୁ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟ କେନ୍ଦ୍ରକୁ ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories