www.samajalive.in
Sunday, December 7, 2025
26.1 C
Bhubaneswar

ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ବାଲିଗୁଡ଼ା ପୁଲିସ

ବାଲିଗୁଡ଼ା: ୬ଜଣିଆ ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି ବାଲିଗୁଡ଼ା ପୁଲିସ। ଏନେଇ ବାଲିଗୁଡ଼ା ଏସଡିପିଓ ରୋହିତ ବର୍ମା ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି। ନଗଦ ୧ଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ୍, ଗୋଟିଏ ଛୁରୀ, ଦୁଇଟି ମୋବାଇଲ୍ ସମେତ ଗୋଟିଏ ଚୋରି ମୋଟରସାଇକେଲ ଅଭିଯୁକ୍ତଙ୍କ ନିକଟରୁ ଜବତ କରିଛି ପୁଲିସ। ପୁର୍ବରୁ ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ୍ ଅଜୟ ଦିଗାଳକୁ ଗିରଫ କରାଯାଇଥିବା ବେଳେ ଆଉ ଦୁଇଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୁଲିସ୍ । ବର୍ତ୍ତମାନ ସୁଦ୍ଧା ତିନି ଜଣ ଗିରଫ ହୋଇଥିବା ବେଳେ ଗ୍ୟାଙ୍ଗର ଆଉ ତିନି ଜଣଙ୍କୁ ଧରିବାକୁ ଉଦ୍ୟମ ଜାରି ରହିଥିବା ଏସଡିପିଓ ସୂଚନା ଦେଇଛନ୍ତି।

ସୂଚନା ପ୍ରକାରେ, ଗତ ୨୦୨୨ ମସିହା ନଭେମ୍ବର ମାସରେ ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ଜଲେଶପଟ୍ଟା ନିକଟସ୍ଥ ମା’ବରାଳଦେବୀ ପେଟ୍ରୋଲ ପମ୍ପର ମ୍ୟାନେଜର ଟଙ୍କା ଜମା କରିବାକୁ ବ୍ୟାଙ୍କକୁ ଯିବା ସମୟରେ ତୁମୁଡ଼ିବନ୍ଧ କଲେଜ ନିକଟରୁ ୫ ଲକ୍ଷ ଟଙ୍କା ଲୁଟ୍ ହୋଇଥିଲା । ଏହାପରେ ଚଳିତ ବର୍ଷ ଜାନୁୟାରୀ ୨୯ ତାରିଖରେ ପୁଣିଥରେ ବିଳମ୍ବିତ ରାତିରେ ଜଲେଶପଟ୍ଟା ସ୍ଥିତ ସେହି ପେଟ୍ରୋଲ ପମ୍ପରେ ଦୁର୍ବୃତ୍ତ ପହଞ୍ଚି କର୍ମଚାରୀଙ୍କୁ ମାଡ଼ ମାରି ଭଙ୍ଗାରୁଜା କରିବା ସହ କିଛି ଟଙ୍କା ସମେତ ଏକ ମୋଟରସାଇକେଲ ଲୁଟି ନେଇଥିଲେ । ଏହାପରେ ଫେବୃଆରୀ ୮ତାରିଖ ସନ୍ଧ୍ୟା ସମୟରେ ବାଲିଗୁଡ଼ା ଥାନା ଗଦ୍ରଙ୍ଗିଆ ଘାଟିରେ ରାସ୍ତାରେ କାଠ ଓ ପଥର ପକାଇ ଏକ ଟ୍ରକ୍ ଅଟକାଇ ଟ୍ରକ୍ ଡ୍ରାଇଭରଙ୍କୁ ବନ୍ଧୁକ ଦେଖାଇ ଡ୍ରାଇଭର ଓ ଟ୍ରକରେ ଆସୁଥିବା ଜଣେ ଶିକ୍ଷକଙ୍କୁ ମାଡ଼ ମାରି ସେମାନଙ୍କ ନିକଟରୁ ୨୬ ହଜାରରୁ ଊର୍ଦ୍ଧ୍ବ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ । ସମସ୍ତ ଘଟଣାକୁ ଗୁରୁତର ସହ ଗ୍ରହଣ କରି ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫଙ୍କ ନେତୃତ୍ୱରେ ତଦନ୍ତ ଜାରି ରଖିଥିଲା ସ୍ବତନ୍ତ୍ର ଟିମ୍ । ଡକାୟତି ଗ୍ୟାଙ୍ଗକୁ ଧରିବା ପାଇଁ ଜାଲ ବିଛାଇଥିଲା ପୁଲିସ । ଫଳ ସ୍ବରୂପ ପୂର୍ବରୁ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ବର୍ତ୍ତମାନ ପୁଣି ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୁଲିସ । ଗିରଫ ଦୁଇ ଯୁବକ ତୁମୁଡ଼ିବନ୍ଧ ଥାନା ଅଞ୍ଚଳର ରିଚାର୍ଡ ନାୟକ, ପ୍ରିୟ ମଣ୍ଡଳ ହୋଇଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories