www.samajalive.in
Friday, December 12, 2025
14.1 C
Bhubaneswar

ମୋଟରସାଇକେଲ ଦୁର୍ଘଟଣାଗ୍ରସ୍ତ: ୧ ମୃତ, ଜଣେ ଗୁରୁତର

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଜକିକିଆ ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ମୋଟରସାଇକେଲ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତକ କ.ନୂଆଗାଁ ଥାନା ରାଜଘରା ଗ୍ରାମର ସୁବେରସିଂ ପ୍ରଧାନଙ୍କ ପୁଅ ଆଡଭାନସିଂ ପ୍ରଧାନ ବୋଲି ଜଣାପଡ଼ିଛି।

ସୂଚନା ପ୍ରକାରେ, ଆଜି ସକାଳେ ରାଜଘରା ଗ୍ରାମର ଦୁଇ ଯୁବକ ଆଡଭାନସିଂ ପ୍ରଧାନ ଓ ଦିନେଶ କୁମାର ପ୍ରଧାନ ଏକ ମୋଟର ସାଇକେଲରେ କୌଣସି କାମରେ ଯାଉଥିବା ବେଳେ ୫୯ ନଂ ଜାତୀୟ ରାଜପଥ ଜକିକିଆ ନିକଟରେ ଭାରସାମ୍ୟ ହରାଇ ଗାଡ଼ିଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଖବରପାଇ ସେହି ଅଞ୍ଚଳର ଯୁବ ସମାଜସେବୀ ଅରୁଣ ନାୟକ ନିଜ ଅଟୋ ସାହାଯ୍ୟରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଆଡଭାନସିଂ ପ୍ରଧାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିବା ଜଣାପଡ଼ିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories