www.samajalive.in
Saturday, December 6, 2025
16.1 C
Bhubaneswar

୩ ଯୁବକଙ୍କୁ ଆକ୍ରମଣ କଲେ ମାଟି ମାଫିଆ

ବାଲିପାଟଣା : ଦିନକୁ ଦିନ ମାଟି ମାଫିଆଙ୍କ ଦୌରାତ୍ମ୍ୟ ବଢିବାରେ ଲାଗିଛି। ବାଲିପାଟଣା ସୁଆଁଲୋ ଗାଁରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ମାଟି ଚୋରି ହେଉଥିଲା। ଗାଁର କିଛି ସ୍ଥାନୀୟ ଲୋକେ ଏହାକୁ ବିରୋଧ କରିବାରୁ ମାଟି ମାଫିଆ ମାନେ ଯୁବକ ମାନଙ୍କୁ ଆକ୍ରମଣ କରିଥିଲେ। ଏଥିରେ ୩ ଜଣ ଯୁବକ ଗୁରୁତର ହୋଇଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରଥମେ କ୍ୟାପିଟାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଯୁବକ ମାନେ ହେଲେ ନୀରଞ୍ଜନ ପାତ୍ର, ସୌମେନ୍ଦ୍ର ଜେନା ଏବଂ ଶରତ ଜେନା। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀ ୪ ଯୁବକଙ୍କୁ ଅଧିକ ପଚରାଉଚରା କରିବା ସହ ଦୁଇଟି ବାଇକ୍ ମଧ୍ୟ ଜବତ କରିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories