www.samajalive.in
Saturday, December 6, 2025
26.1 C
Bhubaneswar

ଗଛରେ ପିଟି ହେଲା କାର୍ : ଜଣେ ମୃତ, ୪ ଗୁରୁତର

ବାଲିପାଟଣା : ଭୁବନେଶ୍ଵର -ପୁରୀ ବାଇପାସ୍ ଲିଙ୍ଗିପୁର ଟ୍ରାଫିକ୍ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଶୁକ୍ରବାର ବିଳମ୍ବିତ ରାତିରେ ଏକ କାର୍ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଗତକାଲି ୫ ଜଣ ଲୋକ ବାହାଘର ଭୋଜିରେ ଯୋଗ ଦେଇ କଟକରୁ ଫେରୁଥିଲେ। ଘନ କୁହୁଡି ଯୋଗୁଁ ରାସ୍ତାଘାଟ ଦିଶୁନଥିଲା। ଭୁବନେଶ୍ଵର-ପୁରୀ ବାଇପାସ୍ ଲିଙ୍ଗିପୁର ଛକ ନିକଟରେ କାରଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।  ପରେ ଖବର ପାଇ ଧଉଳି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ କାରଟିକୁ ଜବତ କରିବା ସହ ତଦନ୍ତ ଚଳାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories