www.samajalive.in
Friday, December 5, 2025
23.1 C
Bhubaneswar

ବାଲିଯାତ୍ରା ଗ୍ରାଉଣ୍ଡ ନୋ ଡ୍ରୋନ୍ ଜୋନ୍

କଟକ : ଚଳିତବର୍ଷ ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକର ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହେବ। ଏଥର କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି। ଏ ନେଇ କଟକ ଜିଲ୍ଲାପାଳ ନିର୍ଦେଶାନାମା ଜାରି କରିଛନ୍ତି। ନଭେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି ସମୟ ମଧ୍ୟରେ ପଡିଆକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି। ବାଲିଯାତ୍ରା ପଡିଆର ୫ କିଲୋମିଟର ପରିଧି ପାଇଁ କଟକଣା ଜାରି କରାଯାଇଛି। ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାଓ୍ବାର ହ୍ୟାଙ୍ଗ ଗ୍ଲାଇଡର୍ସ, ମାଇକ୍ରୋ ଲାଇଟ୍ , ଏୟାରକ୍ରାଫ୍ଟ, ହଟ୍ ଏୟାର ବେଲୁନ୍, ୟୁଏଭି ଏବଂ ଡ୍ରୋନ୍ ଉଡାଣ ମନା କରାଯାଇଛି। ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories