www.samajalive.in
Friday, December 12, 2025
27.1 C
Bhubaneswar

ବାଇକକୁ ପିଟିଲା ଟ୍ରକ, ୨ ମୃତ

ବାଲୁଗାଁ: ବାଇକକୁ ପଛରୁ ପିଟିଲା ଟ୍ରକ, ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଛି। ୧୬ ନମ୍ବର ଜାତୀୟ ରାଜପଥ ଖଡ଼ିକାପଲ୍ଲୀ ନିକଟରେ ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ସହିତ ଜଣେ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ପରେ ସରନଈ ନିକଟରେ ଉତ୍ୟେକ୍ତ ଲୋକ ରାସ୍ତାରୋକ କରିଛନ୍ତି। ଫଳରେ ଦୀର୍ଘ ସମୟ ଧରି ଯାନବାହନ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ରାସ୍ତାରୋକ କରିଥିବା ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା ଏବଂ ଯାତାୟତ ସ୍ବାଭାବିକ ହୋଇଥିଲା। ସମସ୍ତ ମୃତାହତ ବାଲୁଗାଁ ଅଞ୍ଚଳର ଏବଂ ସେମାନେ ଗଞ୍ଜାମରୁ ବାଇକରେ ଫେରୁଥିଲେ ବୋଲି ଜଣାପଡ଼ିଛି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories