www.samajalive.in
Monday, December 15, 2025
17.1 C
Bhubaneswar

ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଚାରା ରୋପଣ

କଣ୍ଟାବାଞ୍ଜି : ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ କଣ୍ଟାବାଞ୍ଜି ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ବୃକ୍ଷ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ଅଧ୍ୟାପକ ତଥା ଯୁବ ରେଡକ୍ରସ ସଂଯୋଜକ ଡ଼କ୍ଟର ନେପାଳ ସେଠିଙ୍କ ତତ୍ୱାବଧାନରେ ଅୟୋଜିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଓ ଛାତ୍ରୀମାନେ ଉପସ୍ଥିତ ଥିଲେ। ମହାବିଦ୍ୟାଳୟର ଅଧକ୍ଷ୍ୟ ରାଜେନ୍ଦ୍ର ପୁରୋହିତ କାର୍ଯ୍ୟକ୍ରମରେ  ଅଧକ୍ଷତା କରିଥିଲେ। ଛାତ୍ରୀ ଅରୂପା ମୁଗ୍ରୀ, ନିକିତା ନାଗ, ଅର୍ପିତା ଠାକୁର, ଡୋଳେଶ୍ୱରୀ ବୟ, ଦୁଲେଶ୍ୱରୀ ସତନାମୀ,ଦମୟନ୍ତୀ ମେହେର, ଲକ୍ଷ୍ମୀ ମେହେର ପ୍ରମୁଖ ଚାରା ରୋପଣ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରି ଚାରା ରୋପଣ କରିଥିଲେ। ଅଧ୍ୟାପକ ସୋମନାଥ ମେହେର, ରାଜୀବ ମେହେର, ଅଧ୍ୟାପିକା ସୁନନ୍ଦା ରଥ, ରଶ୍ମିରମିତା ମେହେର, କଲ୍ୟାଣୀ ମେହେର, ନିରବତୀ ପଧାନ, ଲିପନିତା ପଧାନ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିଥିଲେ। ଶେଷରେ ବୃକ୍ଷ ଚାରା ରୋପଣର ଆବଶ୍ୟକତା ଓ ତାର ଉପଯୋଗୀତା ଉପରେ ଅଧ୍ୟାପକ ଓ ଅଧ୍ୟାପିକାମାନେ  ଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories