www.samajalive.in
Sunday, December 7, 2025
14.1 C
Bhubaneswar

ହାଇୱା-ବସ୍‌‌ ଧକ୍କା ; ୨ ମୃତ

ବଣାଇ : ରାଉରକେଲା ଚାନ୍ଦିପୋଷ ନିକଟରେ ସୋମବାର ଏକ ସଡକ ଦୁର୍ଘଟଣା ଘଟିଛି। ଚାନ୍ଦିପୋଷ ଥାନାରୁ ଏକ କିଲୋମିଟର ଆଗରେ ହାଇୱାକୁ ଏକ ଯାତ୍ରୀବାହୀ ବସ୍‌‌ ଧକ୍କା ଦେବାରୁ ଏଥିରେ ୨ ଜଣଙ୍କ ଜୀବନ ଚାଲି ଯାଇଥିବା ବେଳେ ୫ ଜଣ ଗୁରୁତର ହୋଇଛନ୍ତି। ୨୦ରୁ ଅଧିକ ଆହତ ହୋଇଛନ୍ତି। ଖବର ପାଇ ପୁଲିସ ଓ ଉଦ୍ଧାର କାରୀ ଦଳ ଘଟଣା ସ୍ଥଳରେ ପହଞ୍ଚିବା ସହ ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁତର ଆହତଙ୍କ ଚିକିତ୍ସା ଜାରି ରହିଛି। ଘଟଣାର ତଦନ୍ତ କରାଯାଉଛି।
ଖବର ଅନୁଯାୟୀ, ଭୁବନେଶ୍ୱରରୁ ରାଉରକେଲାକୁ ଯାତ୍ରୀ ନେଇ ଯାଉଥିବା ପ୍ରଭାସ ନାମକ ଏକ ବସ୍‌‌ ରାସ୍ତାରେ ଛିଡା ହୋଇଥିବା ଏକ ହାଇୱାକୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି।

 

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories