www.samajalive.in
Tuesday, December 9, 2025
15.1 C
Bhubaneswar

ବୁଧବାର ଶ୍ରୀଜିଉଙ୍କ ବନକ ଲାଗି ନୀତି : ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି(ବୁଧବାର) ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ  ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।  ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ। ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories