ପୁରୀ: ବୁଧବାର ଶ୍ରାବଣ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।
Popular Categories



