www.samajalive.in
Friday, December 5, 2025
20.1 C
Bhubaneswar

ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି: ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ : ଆଜି (ବୁଧବାର) ଶ୍ରୀଜୀଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି ଅବସରରେ ଶ୍ରୀବିଗ୍ରହ ମାନଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି କରାଯିବ। ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କର ବନକ ଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ସେପଟେ ମଙ୍ଗଳବାର ଦିନଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ଆଶ୍ଵିନ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଏହି ସ୍ଵତନ୍ତ୍ର ନୀତି ଚାଲିବ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories