www.samajalive.in
Sunday, December 7, 2025
15.1 C
Bhubaneswar

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

ଭୁବନେଶ୍ବର : ଆଜି (ଗୁରୁବାର) ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ। ଆଜି ମାର୍ଗଶୀର ଶୁକ୍ଳ ଦ୍ୱାଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ଟାରୁ ରାତି ୧୦ ଟା  ପର୍ଯ୍ୟନ୍ତ ୪ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀଜିଉଙ୍କର ବନକଲାଗି କରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ। ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories