www.samajalive.in
Saturday, December 6, 2025
19.1 C
Bhubaneswar

ଆଜି ଶ୍ରୀମନ୍ଦିରରେ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ମାଘ ମାସ ଶୁଳ୍କ ଅଷ୍ଟମୀ ତିଥିରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୫ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକ ଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ପରମ୍ପରା ଅନୁଯାୟୀ, ଦ୍ବିପ୍ରହର ଧୂପ ଶେଷ ହେବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ସମ୍ପନ୍ନ କରାଯାଏ। ଦତ୍ତମହାପାତ୍ର ସେବକମାନେ ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କ ଶ୍ରୀମୁଖସିଂହାର କରିଥାନ୍ତି। ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହିଥାଏ। ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀମନ୍ଦିର ଭାଷାରେ ବନକଲାଗି କୁହାଯାଏ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories