www.samajalive.in
Sunday, December 7, 2025
14.1 C
Bhubaneswar

ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ: ବୁଧବାର ବନକଲାଗି ନୀତି

ପୁରୀ : ବୁଧବାର ଶ୍ରୀଜିଉଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଆଶ୍ଵିନ ଶୁକ୍ଳ ଚତୁର୍ଦ୍ଦଶୀ ତିଥି ଅବସରରେ ଶ୍ରୀବିଗ୍ରହ ମାନଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି କରାଯିବ। ଦ୍ଵିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କର ବନକ ଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଅପରାହ୍ନ ୫ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ସେପଟେ ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଆରମ୍ଭ ହୋଇଛି। ଆଶ୍ଵିନ ମାସ ଶୁକ୍ଳପକ୍ଷ ଏକାଦଶୀ ଠାରୁ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଏହି ସ୍ଵତନ୍ତ୍ର ନୀତି ଚାଲିବ।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories