www.samajalive.in
Sunday, December 14, 2025
26.1 C
Bhubaneswar

୨୭ରେ ୪ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ପୁରୀ : କାର୍ତ୍ତିକମାସ କୃଷ୍ଣପକ୍ଷ ଷଷ୍ଠୀ ତିଥିରେ ଆଗାମୀ ୨୭ତାରିଖ ବୁଧବାର ଦିନ ଶ୍ରୀମନ୍ଦିର ରତ୍ନସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବନକଲାଗି କରାଯିବ। ଏଥିପାଇଁ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଅପରାହ୍ଣରେ ପ୍ରାୟ ୩ରୁ ୪ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ମନ୍ଦିର ପ୍ରଶାସନ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। ଦ୍ବିତୀୟ ଭୋଗମଣ୍ଡପ ନୀତି ଶେଷହେବା ପରେ ଜୟବିଜୟ ଦ୍ବାର ବନ୍ଦ କରାଯିବ। ବିଭିନ୍ନ ପ୍ରାକୃତିକ ରଙ୍ଗସହ ଦତ୍ତମହାପାତ୍ର ସେବାୟତ ଭିତରେ ପ୍ରବେଶ କରିବେ। ରତ୍ନସିଂହାସନ ଉପରକୁ ଯାଇ ଦାରୁବ୍ରହ୍ମଙ୍କୁ ସେମାନେ ବନକଲାଗି (ଶ୍ରୀମୁଖସିଂହାର) କରିବେ। ବନକଲାଗି ପରେ ଶ୍ରୀଜୀଉଙ୍କୁ ମହାସ୍ନାନ କରାଯିବ। ଦ୍ବାରଫିଟା ଯିବା ସହ ସନ୍ଧ୍ୟାଆଳତି, ସନ୍ଧ୍ୟାଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ରପହୁଡ କରାଯିବ। ବନକଲାଗି ପରେ ଶ୍ରଦ୍ଧାଳୁ ଭକ୍ତମାନେ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories