ମହାପ୍ରଭୁଙ୍କ ବନକଲାଗି ପାଇଁ ବୁଧବାର ୩ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ମାଘ ଶୁକ୍ଳ ପକ୍ଷ ଦ୍ୱାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କୁ ସାଧାରଣ ଭକ୍ତ ଦର୍ଶନ କରିପାରିବେ ନାହିଁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତାମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି।

kalyan agarbati

Comments are closed.