www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ୫ ଘଣ୍ଟା ପାଇଁ ଜଗା ଦର୍ଶନ ବନ୍ଦ

ପୁରୀ: ଆଜି (ବୁଧବାର) ମାର୍ଗଶୀର କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।  ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ। ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories