www.samajalive.in
Saturday, December 6, 2025
19.1 C
Bhubaneswar

ବୁଧବାର ଶ୍ରୀଜୀଉଙ୍କ ବନକଲାଗି ନୀତି : ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି(ବୁଧବାର) ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମାର୍ଗଶୀର କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ  ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।  ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ। ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ।

 

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories