www.samajalive.in
Wednesday, December 10, 2025
18.1 C
Bhubaneswar

ବ୍ରହ୍ମପୁରରେ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ପାଇଁ ବିଶାଳ କାର୍ଯ୍ୟକ୍ରମ

ବ୍ରହ୍ମପୁର : ଓଡିଶାକୁ ଆଜି ମିଳିବାକୁ ଯାଉଛି ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସ୍। ବ୍ରହ୍ମପୁର-ଟାଟାନଗର ଏବଂ ରାଉରକେଲା ହାଓ୍ବଡା ଏକ୍ସପ୍ରେସର ଶୁଭାରମ୍ଭ ହେବ। ଭର୍ଚୁଆଲ ମୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଦୁଇ ଏକ୍ସପ୍ରେସର ଶୁଭାରମ୍ଭ କରିବେ। ଆଜି ସକାଳୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବ୍ରହ୍ମପୁର ଗସ୍ତ କରିଛନ୍ତି। ବ୍ରହ୍ମପୁରରେ ବିଶାଳ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ ହୋଇଛି। ବନ୍ଦେ ଭାରତ ଏକ୍ସପ୍ରେସ୍ ଗଡିବା ପୂର୍ବରୁ ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବୁଢୀ ଠାକୁରାଣୀଙ୍କ ପାଖରୁ ଆଜ୍ଞାମାଳ ଆସିପହଞ୍ଚିଛି। ତା ସହ ବ୍ରହ୍ମପୁରର ପ୍ରସିଦ୍ଧ ଗଜା ମୁଆଁ ବି ଭୋଗ ସ୍ଵରୂପ ପହଁଞ୍ଚିଛି। ଓଡିଶାର ଦୁଇଟି ବନ୍ଦେ ଭାରତ ସମେତ ଦେଶରେ ୪ଟି ବନ୍ଦେ ଭାରତ ଆଜି ଦେଶର ବିଭିନ୍ନ ସ୍ଥାନରୁ ଛାଡିବ। ବନ୍ଦେ ଭାରତର ଶୁଭାରମ୍ଭ ସହ ଏକାଧିକ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ମଧ୍ୟ ଆଜି ସ୍ଥାପନ ହେବ। ପ୍ରଧାନମନ୍ତ୍ରୀ ଆଜି ମୋଟ୍ ୬୫୦ କୋଟିରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସୋମବାର ଭର୍ଚୁଆଲ ମୋଡରେ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହେବ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories