www.samajalive.in
Friday, December 5, 2025
27.1 C
Bhubaneswar

୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ମାନେ ଗାନ କରିବେ ’ବନ୍ଦେ ମାତରମ’

ଭୁବନେଶ୍ବର: ଆସନ୍ତା ୭ ତାରିଖରେ ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ‘ବନ୍ଦେ ମାତରମ୍‌’ ଗାଇବେ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି ଲେଖିଛି। ‘ବନ୍ଦେ ମାତରମ୍‌’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏଭଳି ନିଷ୍ପତ୍ତି ନିଆଯାଇଛି।

ଆମର ଜାତୀୟ ଗୀତି ଭାବେ ସ୍ୱୀକୃତ ‘ବନ୍ଦେ ମାତରମ୍‌’ ଗୀତଟିର ରଚୟିତା ହେଉଛନ୍ତି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟ। ଏହି ଗୀତଟି ତାଙ୍କ ଲିଖିତ ‘ଆନନ୍ଦ ମଠ’ ପୁସ୍ତକରେ ସଂଯୋଜିତ ଥିଲା। ଏହି ପ୍ରସିଦ୍ଧ ଗୀତଟି ୧୮୭୫ ମସିହା ସେପ୍ଟେମ୍ବର ୭ ତାରିଖରେ ଲେଖାଯାଇଥିଲା। ୧୮୮୨ ମସିହାରେ ଗୀତଟି ପ୍ରକାଶ ପାଇଥିଲା। ୧୯୫୦ ମସିହା ଜାନୁଆରୀ ୨୪ ତାରିଖରେ ଗୀତଟିକୁ ଜାତୀୟ ଗୀତି ଭାବେ ଚୟନ କରାଯାଇଥିଲା।

Hot this week

ଭାରତ-ରୁଷ ମଧ୍ୟରେ ୭ ବୁଝାମଣା ସ୍ବାକ୍ଷରିତ

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

Related Articles

Popular Categories