www.samajalive.in
Friday, December 12, 2025
26.1 C
Bhubaneswar

ଚକ ଫାଟିବାରୁ ଓଲଟିଲା ବସ, ୭ ଆହତ

ବଙ୍ଗୋମୁଣ୍ଡା: ଭାଲୁମୁଣ୍ଡା-ଖଡ଼ିଆଳ ରାସ୍ତାର ଜଏରପଡା ଛକ ନିକଟରେ ଆଜି ଏକ ବସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଖଡ଼ିଆଳରୁ କଣ୍ଟାବାଞ୍ଜି ଅଭିମୁଖେ ଯାଉଥିବା ଆକାଶ ଟ୍ରାଭେଲସର ତାରିଣୀ ବସ ଓଲଟି ପଡିଥିଲା। ବସର ଆଗ ଚକ ଫାଟି ଯିବାରୁ ବସଟି ଓଲଟି ଯାଇଥିଲା। ବସଟି ଓଲଟି ଯିବା ଫଳରେ ୭ ଜଣ ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଆସି ଆହତ ଲୋକଙ୍କୁ ଉଦ୍ଧାର କରି ଖଡ଼ିଆଳ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ଭାଲୁମୁଣ୍ଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ମା’ ସହିତ ବସରେ ଯାତ୍ରା କରୁଥିବା ଲକପତି ବାଗ (୧୨ବର୍ଷ )ଙ୍କୁ ଗୁରୁତର ଆହତ ଅବସ୍ଥାରେ ଚିକିତ୍ସା ପାଇଁ ଖଡ଼ିଆଳକୁ ନିଆଯାଇଥିଲା। ବସ ଚାଳକ ମଧ୍ୟ ଆହତ ହୋଇଥିବା ଜଣାପଡିଛି। ଖବର ପାଇ ଦୁର୍ଘଟଣା ସ୍ଥାନକୁ ବଙ୍ଗୋମୁଣ୍ଡା ଏବଂ ଖଡ଼ିଆଳ ପୁଲିସ ପହଞ୍ଚି ଆହତବ୍ୟକ୍ତିଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

Hot this week

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

Related Articles

Popular Categories