www.samajalive.in
Friday, December 5, 2025
20.1 C
Bhubaneswar

ଘାଟିରେ ଯାତ୍ରାପାର୍ଟି ଟ୍ରକ ଓଲଟି ୩ ମୃତ

ମୟୁରଭଞ୍ଜ : ଘାଟିରେ ଯାତ୍ରାପାର୍ଟି ଟ୍ରକ ଓଲଟି ୩  ଜଣଙ୍କ ଜୀବନ ଚାଲି ଯାଇଛି। ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ୪୯ ନମ୍ବର ଜାତୀୟ ରାଜପଥରେ ବୁଧବାର ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୧୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉକ୍ତ ଯାତ୍ରାପାର୍ଟିଟି ଧଉଳି ଗଣନାଟ୍ୟ ଯାତ୍ରାପାର୍ଟିର ଟ୍ରକ ବୋଲି ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି। ଟ୍ରକଟି ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲା। ଗାଡିରେ ଲାଇଟ୍‌‌ ସରଞ୍ଜାମ ନେଇ କର୍ମଚାରୀମାନେ ଯାଉଥିଲେ। ଭାରସାମ୍ୟ ହରାଇ ଟ୍ରକଟି ଓଲଟି ପଡି ଏହି ଦୁର୍ଘଟଣା ଘଟିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories