www.samajalive.in
Friday, December 5, 2025
20.1 C
Bhubaneswar

ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ ; ୬ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ବାଙ୍ଗିରିପୋଷି : ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ୪୯ ନମ୍ବର ଜାତୀୟ ରାଜପଥରେ ବୁଧବାର ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ହୋଇ ୬ରେ ପହଞ୍ଚିଛି। ଆଗକୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଜଣାପଡିଛି। ଭାରସାମ୍ୟ ହରାଇ ଧଉଳି ଗଣନାଟ୍ୟ ଯାତ୍ରାପାର୍ଟିର ଲାଇଟ ଓ ସାଉଣ୍ଡ ବୋଝେଇ ଟ୍ରକ ଓଲଟି ପଡିଛି। ଦୁର୍ଘଟଣାରେ ୧୨ ଜଣ ଗୁରୁତର ହୋଇଥିଲେ।


ମିଳିଥିବା ସୂଚନା ଅନୁସାରେ ଘାଟିରୁ ଓହ୍ଲାଉଥିବା ବେଳେ ଭାରସାମ୍ୟ ହରାଇ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଆହତ ମାନଙ୍କୁ ଉଦ୍ଧାର କରି ନିକଟସ୍ଥ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣା ସ୍ଥଳରେ ବାଙ୍ଗିରିପୋଷି ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟ ଲୋକମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ ସହ ସ୍ଥିତି ନିୟନ୍ତ୍ରଣ କରୁଛି। କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଲାଗି ରହିଥିବା ବେଳେ ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା ଘଟିଛି।

- Advertisement -

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories