www.samajalive.in
Saturday, December 6, 2025
17.1 C
Bhubaneswar

ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ ; ମୃତ୍ୟୁ ସଂଖ୍ୟା ୫

ମୟୁରଭଞ୍ଜ : ମୟୁରଭଞ୍ଜ ଜିଲା ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ୪୯ ନମ୍ବର ଜାତୀୟ ରାଜପଥରେ ବୁଧବାର ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ହୋଇ ୫ରେ ପହଞ୍ଚିଛି। ପ୍ରଥମେ ଏଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଜଣାପଡିଥିଲା। ଦୁର୍ଘଟଣାରେ ୧୨ ଜଣ ଗୁରୁତର ହୋଇଥିଲେ। ଗୁରୁତରଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଉକ୍ତ ଯାତ୍ରାପାର୍ଟିଟି ଧଉଳି ଯାତ୍ରାପାର୍ଟିର ଟ୍ରକ ବୋଲି ସୂଚନା ମିଳିଛି। ଟ୍ରକଟି ରାଇରଙ୍ଗପୁରରୁ ଜଳେଶ୍ୱର ଅଭିମୁଖେ ଯାଉଥିଲା। ଗାଡିରେ ଲାଇଟ୍‌‌ ସରଞ୍ଜାମ ନେଇ କର୍ମଚାରୀମାନେ ଯାଉଥିଲେ।

 

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories