www.samajalive.in
Sunday, December 14, 2025
23.1 C
Bhubaneswar

ଦ୍ୱାରଶୁଣି ଘାଟିରେ ଖସିଲା ଟ୍ରକ: ଚାଳକ ମୃତ, ହେଲପର ଗୁରୁତର

ବାଙ୍ଗିରିପୋଷି: ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟି ରାସ୍ତାରେ ରବିବାର ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇ ଖସିପିଡ଼ିବା ଯୋଗୁଁ ଘଟଣା ସ୍ଥଳରେ ଚାଳକଙ୍କ ମୃତ୍ୟୁ ଘଟିଛି । ପ୍ରାପ୍ତ ସୂଚନା ଅନୁସାରେ, କୋଲକାତା ଅଭିମୁଖେ ଯାଉଥିବା ଏକ ସ୍ପଞ୍ଜ ଆଇରନ ବୋଝେଇ ଟ୍ରକ ଘାଟି ତଳକୁ ଓହ୍ଲାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ ଚାଳକ ଜଣକ ଟ୍ରକ ତଳେ ଚାପି ହୋଇ ଯାଇଥିଲେ । ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାଙ୍ଗିରିପୋଷି ପୁଲିସ ଭ୍ୟାନରେ ପ୍ରଥମେ ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି ।

ଦୁର୍ଘଟଣା ଖବର ପାଇ ବାଙ୍ଗିରିପୋଷି ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ପୁଲିସ ଓ କ୍ରେନ ସାହାଯ୍ୟରେ ଟ୍ରକକୁ ସାଇଡ କରି ଚାଳକଙ୍କ ମୃତଦେହ ଉଦ୍ଧାର କରିଥିଲେ । ଏହାପରେ ଏନଏଚଆଇ ଆମ୍ବୁଲାନ୍ସ ସାହାଯ୍ୟରେ ଡାକ୍ତରଖାନା ପଠାଯାଇଥିଲା । ଶେଷ ଖବର ସୁଦ୍ଧା ଚାଳକଙ୍କ ନାଁ ଜଣାପଡିନାହିଁ । ଏହି ଘଟଣା ଯୋଗୁଁ ରାସ୍ତାର ଉଭୟ ପାର୍ଶ୍ବରେ ଶତାଧିକ ଯାନବାହନ ଦୀର୍ଘ ସମୟ ଧରି ଅଟକି ରହିଥିଲା । ବାଙ୍ଗିରିପୋଷି ପୁଲିସ ତରଫରୁ ସ୍ୱାଭାବିକ ଗାଡି ଚଳାଚଳ ପାଇଁ ପ୍ରଚେଷ୍ଟା ଆରମ୍ଭ କରାଯାଇଛି ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ, ଜର୍ମାନୀ...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories