www.samajalive.in
Monday, December 8, 2025
14.1 C
Bhubaneswar

ଛୁଟି ଦିନରେ ଖୋଲା ରହିବ ବ୍ୟାଙ୍କ ଓ ସରକାରୀ ଅଫିସ୍‌

ଭୁବନେଶ୍ୱର : ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ଛୁଟି ଦିନରେ ମଧ୍ୟ ବ୍ୟାଙ୍କ ଖୋଲା ରହିବ।  ସ୍ଥିତି ସ୍ୱାଭାବିକ ହେବା ପର୍ଯ୍ୟନ୍ତ  ଏହି ନିୟମ କାର୍ଯ୍ୟକାରୀ ହେବ। ସେହିପରି ଶନିବାର ଓ ରବିବାର ସବୁ ସରକାରୀ ଅଫିସ୍‌ ଖୋଲା ରହିବ।

ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସଚିବାଳୟରେ ବସିଥିବା ଏସ୍‌ଏଲ୍‌ବିସି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ କେରଳ ମଡେଲ୍‌ ଅନୁସରଣ କରିବାକୁ ବ୍ୟାଙ୍କ ଗୁଡ଼ିକୁ ପରାମର୍ଶ ଦିଆଯାଇଛି। କମ୍ ନଥିପତ୍ର ନେଇ ଋଣ ପ୍ରଦାନ ଲାଗି ବ୍ୟାଙ୍କ ଗୁଡିକୁ ପରାମର୍ଶ ଯାଇଛି। ସୋମବାର ସୁଦ୍ଧା ବାତ୍ୟା ପ୍ରଭାବିତ ଜିଲ୍ଲାରେ ବ୍ୟାଙ୍କ ସେବା ସ୍ୱାଭାବିକ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ତେବେ ପୁରୀରେ ୧୫ଟି ଓ ଭୁବନେଶ୍ୱରରେ ୧୦ଟି ମୋବାଇଲ୍ ଏଟିଏମ୍‌ ଖୋଲିବାକୁ ନିଷ୍ପତ୍ତି ହୋଇଛି।

- Advertisement -

ଅନ୍ୟପକ୍ଷରେ ବାତ୍ୟା ପ୍ରଭାବିତ କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଶନିବାର (ଆସନ୍ତାକାଲି) ଓ ରବିବାର ସବୁ ସରକାରୀ ଅଫିସ୍‌ ଖୋଲା ରହିବ । ରିଲିଫ୍ ଓ ଥଇଥାନ କାର୍ଯ୍ୟରେ ସହାୟତା ପାଇଁ ଅଫିସ୍‌ ଖୋଲା ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories