www.samajalive.in
Wednesday, December 10, 2025
15.1 C
Bhubaneswar

ଛୁଟି ଦିନରେ ଖୋଲା ରହିବ ବ୍ୟାଙ୍କ ଓ ସରକାରୀ ଅଫିସ୍‌

ଭୁବନେଶ୍ୱର : ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳରେ ଛୁଟି ଦିନରେ ମଧ୍ୟ ବ୍ୟାଙ୍କ ଖୋଲା ରହିବ।  ସ୍ଥିତି ସ୍ୱାଭାବିକ ହେବା ପର୍ଯ୍ୟନ୍ତ  ଏହି ନିୟମ କାର୍ଯ୍ୟକାରୀ ହେବ। ସେହିପରି ଶନିବାର ଓ ରବିବାର ସବୁ ସରକାରୀ ଅଫିସ୍‌ ଖୋଲା ରହିବ।

ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ସଚିବାଳୟରେ ବସିଥିବା ଏସ୍‌ଏଲ୍‌ବିସି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ରାଜ୍ୟରେ କେରଳ ମଡେଲ୍‌ ଅନୁସରଣ କରିବାକୁ ବ୍ୟାଙ୍କ ଗୁଡ଼ିକୁ ପରାମର୍ଶ ଦିଆଯାଇଛି। କମ୍ ନଥିପତ୍ର ନେଇ ଋଣ ପ୍ରଦାନ ଲାଗି ବ୍ୟାଙ୍କ ଗୁଡିକୁ ପରାମର୍ଶ ଯାଇଛି। ସୋମବାର ସୁଦ୍ଧା ବାତ୍ୟା ପ୍ରଭାବିତ ଜିଲ୍ଲାରେ ବ୍ୟାଙ୍କ ସେବା ସ୍ୱାଭାବିକ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ତେବେ ପୁରୀରେ ୧୫ଟି ଓ ଭୁବନେଶ୍ୱରରେ ୧୦ଟି ମୋବାଇଲ୍ ଏଟିଏମ୍‌ ଖୋଲିବାକୁ ନିଷ୍ପତ୍ତି ହୋଇଛି।

- Advertisement -

ଅନ୍ୟପକ୍ଷରେ ବାତ୍ୟା ପ୍ରଭାବିତ କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଶନିବାର (ଆସନ୍ତାକାଲି) ଓ ରବିବାର ସବୁ ସରକାରୀ ଅଫିସ୍‌ ଖୋଲା ରହିବ । ରିଲିଫ୍ ଓ ଥଇଥାନ କାର୍ଯ୍ୟରେ ସହାୟତା ପାଇଁ ଅଫିସ୍‌ ଖୋଲା ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories