www.samajalive.in
Tuesday, December 9, 2025
23.1 C
Bhubaneswar

ବାଙ୍କୀ ମହାବିଦ୍ୟାଳୟର ୬୨ତମ ପ୍ରତିଷ୍ଠା ଦିବସ ପାଳିତ

ବାଙ୍କୀ : ବାଙ୍କୀ ମହାବିଦ୍ୟାଳୟର ୬୨ତମ ପ୍ରତିଷ୍ଠା ଦିବସ ବୁଧବାର ଦିନ ମହାବିଦ୍ୟାଳୟର ଦୃଶ୍ୟଶ୍ରାବ ପ୍ରକୋ​ଷ୍ଠରେ ନିରାଡମ୍ବର ଭାବରେ ଅନୁଷ୍ଠିତ ହୋଇଯାଇଛି। କଟକ ଅତିରିକ୍ତ ଜିଲ୍ଲାଧିଶ ତଥା ବାଙ୍କୀ ମହାବିଦ୍ୟାଳୟର ପରିଚାଳନା କମିଟି ଅଧ୍ୟକ୍ଷ ବିଜୟ କୁମାର ଖଣ୍ଡାୟତରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଅବସରପ୍ରାପ୍ତ ଡିଜି ଏମ. ଅକ୍ଷୟ, ମୁଖ୍ୟ ବକ୍ତା ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡା, ସମ୍ମାନିତ ଅତିଥି ସତ୍ୟନାରାୟଣ ସାହୁ ପ୍ରମୁଖ ୬୨ତମ ପ୍ରତିଷ୍ଠା ଦିବସର ଅନୁଚିନ୍ତା ପ୍ରଦାନ କରିବା ସହିତ ଐତିହାସିକ ମାଟି ବୀରାରାଣୀ ଶୁକଦେଈଙ୍କର ମାଟିରେ ମହାବିଦ୍ୟାଳୟର ସମସ୍ତ ଛାତ୍ର ଛାତ୍ରୀ ମଣିଷ ପରି ମଣିଷ ହେବା ପାଇଁ ଆହ୍ୱାନ ଦେଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ଅରୁଣ କୁମାର ବେହେରା ଅତିଥି ପରିଚୟ ଏବଂ +୨ବିଭାଗ ଅଧ୍ୟକ୍ଷ ପ୍ରଫେସର ରାଜକିଶୋର ପାଲ ଅନୁଷ୍ଠାନର ବିବରଣୀ ପାଠ କରିଥିଲେ । ଅଧ୍ୟାପକ ମନୋଜ କୁମାର ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ବାଙ୍କୀ ମହାବିଦ୍ୟାଳୟକୁ ଆଗାମୀ ଦିନରେ ଏକ ଗ୍ରାମ୍ୟ ବିଶ୍ୱ ବିଦ୍ୟାଳୟରେ ପରିଣତ କରିବା ପାଇଁ ସବୁ ସ୍ତରରୁ ଉଦ୍ୟମ ଏବଂ ଛାତ୍ର ଛାତ୍ରୀଙ୍କ ଶୈକ୍ଷିକ ପରିବେଶରେ ଭଲ ପ୍ରଦର୍ଶନ ଏଥିପାଇଁ ବିଶେଷ ସହାୟ ହେବ ବୋଲି ବକ୍ତା ମାନେ ବକ୍ତବ୍ୟରେ ପ୍ରକାଶ କରିଛନ୍ତି । ଅତିଥିଙ୍କ ଦ୍ୱାରା ବିଭିନ୍ନ ପ୍ରତିଯୋଗିତାର ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା। ଶେଷରେ ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସଞ୍ଚାଳିତ ହୋଇଥିଲା।

Hot this week

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାର୍ଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

Related Articles

Popular Categories